ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ କାଳବୈଶାଖୀ ବର୍ଷା ଯୋଗୁଁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗରେ ପରିବର୍ତ୍ତନ ଆସିବା ସହ ତାପମାତ୍ରା କମ ହୋଇଛି। ଆଗକୁ ୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପ୍ରବଳ ଜୋରରେ ପବନ ବହିବାର ସମ୍ଭାବନା ରହିଛି। ବୁଧବାର ପ୍ରବଳ ବର୍ଷା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଓଡ଼ିଶାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ସାମିଲ ରହିଛି। ଏହି ସବୁ ଜିଲ୍ଲାର ପ୍ରବଳ ବର୍ଷା ସହ କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବାର ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ପର୍ଯ୍ୟନ୍ତ ଏକ ନିମ୍ନଚାପ ରେଖା ଗତି କରୁଛି, ଯାହାର ପ୍ରଭାବରେ ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ହେଉଛି।

ଅନ୍ୟପଟେ କାଳବୈଶାଖୀ ବର୍ଷା ଯୋଗୁଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମେ’ ୮ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Tags: #Rain #Kalabaisakhi #Thunderstorm #MCBBSR #Odisha

LEAVE A REPLY

Please enter your comment!
Please enter your name here