ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ କାଳବୈଶାଖୀ ବର୍ଷା ଯୋଗୁଁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଏବେ ମିଶ୍ରିତ ପାଗ ରହୁଛି। ବିଭିନ୍ନ ସ୍ଥାନରେ ସକାଳେ ଖରା ଏବଂ ଅପରାହ୍ଣରେ ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଆଗକୁ ୩ ଦିନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ରବିବାର ବର୍ଷା ପାଇଁ ଓଡ଼ିଶାର ୧୯ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବାର ସମ୍ଭାବନା ରହିଛି।

ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର ଓ ମୟୂରଭଞ୍ଜ ସାମିଲ ଅଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ବିହାରରୁ ଉତ୍ତର ଓଡିଶା ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି, ଯାହାର ପ୍ରଭାବରେ ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ହେଉଛି।

Tags: #Rain #Kalabaisakhi #Thunderstorm #MCBBSR #Odisha

LEAVE A REPLY

Please enter your comment!
Please enter your name here