ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲି, ମେ’ ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତରପୂର୍ବ ଦିଗକୁ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନିଭୂତ ହୋଇ ମେ’ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରେ ଏହା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବର୍ତ୍ତମାନ ସୁଦ୍ଧା ବାତ୍ୟାକୁ ନେଇ କୌଣସି ଆକଳନ କରାଯାଇ ନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟଚିତ୍ର ଆସିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟ ପକ୍ଷରେ ମେ’ ୨୪ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମେ’ ୨୨ରୁ ୨୩ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ମେ ୨୩ରୁ ୨୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏବଂ ମୟୂଭଞ୍ଜ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

Tags: #Weather #WeatherUpdate #LowPressure #ThunderstormwithLightning #Odisha #MeteorologicalCentre

LEAVE A REPLY

Please enter your comment!
Please enter your name here