ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ମେ’ ୨୬ ତାରିଖ ରବିବାର ଦିନ ପ୍ରକାଶ ପାଇବ ୨୦୨୪ ଯୁକ୍ତ ୨ ପରୀକ୍ଷା ଫଳ। ଚଳିତବର୍ଷ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ଫଳ ଗୋଟିଏ ଦିନରେ ବାହାରିବ। ଏନେଇ ବୁଧବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ଦିଆଯାଇଛି।

ସିଏଚଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ଫଳ ଘୋଷଣା କରାଯିବାପରେ ରବିବାର ଅପରାହ୍ଣରେ ଅନଲାଇନରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ www.orissaresults.nic.in ୱେବସାଇଟରେ ନିଜ ରୋଲ ନମ୍ବର ଦେଇ ରେଜଲ୍ଟ ଦେଖିପାରିବେ।

ଚଳିତବର୍ଷ ଯୁକ୍ତ ୨ ପରୀକ୍ଷା ଫେବ୍ରୁଆରି ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିଥିଲା। ଏଥିରେ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ମୋଟ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ତେବେ ମୋଟ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ବର୍ଗରେ ପରୀକ୍ଷା ଦେଇଥିଲେ। ଯୁକ୍ତ ୨ କଳା ବିଭଗରେ ସର୍ବାଧିକ ୨ ଲକ୍ଷ ୩୭ ହଜାର ୭୫୦ ଜଣ ପରୀକ୍ଷାର୍ଥୀ ରହିଥିଲେ। ସେହିପରି ଯୁକ୍ତ ୨ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦ ଜଣ, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫,୭୯୧ ଜଣ ଛାତ୍ରଛାତ୍ରୀ ରହିଥିଲେ।

Tags: #Plus2Results #Plus2Exam #Arts #Science #Commerce #Education #CHSE #Odisha

Comment