ଓଡ଼ିଶାଲାଇଭ୍ ବ୍ୟୁରୋ

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ଜିଲ୍ଲାର ଜଙ୍ଗଲରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।ଏହାସହ ପୋଲିସ ଗୁଳିରେ ଅନ୍ୟ ଦୁଇ ଜଣ ମାଓବାଦୀ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

ଦନ୍ତେୱାଡା ଜିଲ୍ଲାକୁ ଲାଗିଥିବା ନାରାୟଣପୁର ଜଙ୍ଗଲରେ ଗୁରୁବାର ମାଓବାଦୀମାନେ ଏକାଠି ହୋଇଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ଓ ସିଆରପିଏଫ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ। ପରେ ଡିଆରଜି ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବାବେଳେ ୨ ଜଣ ଆହତ ହୋଇଥିଲେ। ତେବେ ଏହି ସମୟରେ ଅନ୍ୟମାନେ ଖସି ପଳାଇଥିଲେ।

ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଥିଲା। ଏହାସହ ମାଓ କ୍ୟାମ୍ପରୁ ବିପୁଳ ପରିମାଣରେ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।

 Tags: #Police-MaoistEncounter #Dantewada #Odisha-ChhattisgarhBorder #Malkangiri

 

LEAVE A REPLY

Please enter your comment!
Please enter your name here