ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଲଘୁଚାପ ଘନୀଭୂତ ହୋଇ ଗୁରୁବାର ଦିନ ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା କ୍ରମଶଃ ଘନିଭୂତ ହୋଇ ମେ’ ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ମେ’ ୨୫ ତାରିଖରେ ଏହା ବାତ୍ୟାର ରୂପ ନେବ ଓ ୨୬ ତାରିଖ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏହା ପ୍ରଭାବରେ ଓଡ଼ିଶାର କେତକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମେ’ ୨୫ ତାରିଖ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମେ’ ୨୫ରୁ ୨୬ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବହିବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହା ସହ ମେ’ ୨୬ରୁ ୨୭ ତାରିଖ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲିକୁ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ମେ’ ୨୭ରୁ ୨୮ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #Cyclone #Lowpressure

LEAVE A REPLY

Please enter your comment!
Please enter your name here