ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ବରିଷ୍ଠ ଆଇପିଏସ୍ ଅଧିକାରୀ ଡିଏସ୍ କୁଟ୍ଟେଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନୀ ପ୍ରକ୍ରିୟାରେ ହସ୍ତକ୍ଷେପ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଇଛନ୍ତି ନିର୍ବାଚନ କମିଶନ।

ଡିଏସ୍ କୁଟ୍ଟେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ବିରୋଧରେ ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ କରି ଏହାକୁ ପ୍ରଭାବିତ କରିବାର ଅଭିଯୋଗ ରହିଛି। ତାଙ୍କୁ ବୁଧବାର ଦିନ ୩ଟା ସୁଦ୍ଧା ଦିଲ୍ଲୀରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପଟେ ନିର୍ବାଚନ କମିଶନ ରାଜ୍ୟର ବରିଷ୍ଠ ଆଇପିଏସ୍‌ ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ ମେ’ ୪ ତାରିଖରୁ ମେଡିକାଲ ଲିଭ୍‌ରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆଶିଷ ସିଂହଙ୍କୁ ମେ’ ୩୦ ତାରିଖ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ। ଏହି ଯାଞ୍ଚ ରିପୋର୍ଟକୁ ମେ’ ୩୧ ତାରିଖ ସୁଦ୍ଧା କମିଶନଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ରହିଛି।

Tags: #DSKutey #IPS #Suspension #ECI #ODISHA

LEAVE A REPLY

Please enter your comment!
Please enter your name here