ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ କିଛି ଦିନର ବର୍ଷା ପରେ ଏବେ ପାଣିପାଗରେ ପରିବର୍ତ୍ତନ ଆସିଛି। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଆହୁରି ୩ ଦିନ ରାଜ୍ୟରେ ଖରା ଅଧିକ ହେବା ସହ ମାତ୍ରାଧିକ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ହିଟୱେଭ୍ ପାଇଁ ରାଜ୍ୟର ୬ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ହିଟୱେଭ୍ ନେଇ ଗୁରୁବାର ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ା ସାମିଲ ରହିଛି। ଏହାବ୍ୟତୀତ ଅନ୍ୟ ୧୯ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ବୁଧବାର ଦିନ ୧୧ଟା ସୁଦ୍ଧା ରାଜ୍ୟର ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ପାର କରିଛି। ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ସମ୍ବଲପୁରରେ ୪୨.୨ ଡିଗ୍ରୀ, ହୀରାକୁଦରେ ୪୨ ଡିଗ୍ରୀ, ରାଉରକେଲାରେ ୪୦.୮ ଡିଗ୍ରୀ ଏବଂ କେନ୍ଦୁଝରରେ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଏବେ ପଶ୍ଚିମ ଓଡ଼ିଶାରେ ତାତି ବଢ଼ିଥିବାବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଗରମ ସହ ଅଧିକ ଗୁଳୁଗୁଳି ହେଉଛି। ଉପକୂଳ ଓଡ଼ିଶାରେ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହୁଥିବାର ଦେଖିବାକୁ ମିଳୁଛି। 

Tags: #Heatwave #Weather #Summertime #MCBBSR #Odisha

LEAVE A REPLY

Please enter your comment!
Please enter your name here