ଓଡ଼ିଶାଲାଇଭ୍ ବ୍ୟୁରୋ

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଏହି ଘଟଣାରେ ରବିବାର ରାତିରେ ଆଉ ଦୁଇ ଜଣ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଡାକ୍ତରଖାନାରେ ୧୭ ଜଣଙ୍କ ଚିକିତ୍ସା ଚାଲିଛି।

ଏହି ଘଟଣାରେ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। କଟକ ଏବଂ ଭୁବନେଶ୍ଵରର ବିଭିନ୍ନ ଡାକ୍ତରଖାନାରେ ସେମାନଙ୍କର ଚିକିତ୍ସା ଚାଲିଛି।

ଗତ ମେ’ ୨୯ ତାରିଖରେ ପୁରୀରେ ଚନ୍ଦନ ଯାତ୍ରାର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ଚାଲିଥିଲା। ଏଥିପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ଏହି ସମୟରେ ପୁଷ୍କରିଣୀର ଦେବୀ ଘାଟ ନିକଟରେ ବାଣ ଫୁଟାଇବାବେଳେ ଅଚାନକ ଏକ ବାଣ ନିକଟରେ ଥିବା ବାଣ ଗଦା ଉପରେ ପଡ଼ିଥିଲା। ଫଳରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା।

ଏହି ଘଟଣାରେ ୩୦ ଜଣ ଗୁରୁତର ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ତେବେ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।

Tags: #ChandanJatra #CrackerBrust #NarendraPond #Puri  

LEAVE A REPLY

Please enter your comment!
Please enter your name here