ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାକୁ ପୁଣି ଫେରିଛି ତାତି। ଆଗାମୀ ଦିନରେ ତାପମାତ୍ରାରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ଜୁନ ୧୨ ତାରିଖ ଯାଏଁ ରାଜ୍ୟର କେତେକ ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଶନିବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି। ବାଲେଶ୍ଵର, ଭ୍ରଦକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଗରମ ଏବଂ ଗୁଳୁଗୁଳି ପାଇଁ ୟେଲୋ ଓ୍ଵାର୍ଣ୍ଣ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ଜୁନ ୯ ଓ ୧୦ ତାରିଖ କେତେକ ଜିଲ୍ଲାରେ ତାପମାତ୍ରାରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଜୁନ ୧୧ ତାରିଖ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ଅସହ୍ୟ ଗୁଳୁଗୁଳି ହେବାର ସମ୍ଭାବନା ମଧ୍ୟ ରହିଛି।

ସେହିପରି ଜୁନ ୧୨ ତାରିଖ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #WeatherNews #Heatwave #HotWeather #Odisha #MeteorologicalCentre

Comment