ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ଓଡ଼ିଶାରେ ସରକାର ଗଠନ କରିବାକୁ ରାଜଭବନ ଯାଇ ରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନ କଲା ବିଜେପି। ମଙ୍ଗଳବାର ଦିନ ବିଧାୟକ ଦଳର ବୈଠକରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ପାଇଁ ମୋହନ ଚରଣ ମାଝିଙ୍କ ନାଁରେ ମୋହର ବାଜିବା ପରେ ରାଜଭବନ ଯାଇ ବିଜେପିର ଟିମ୍ ରାଜ୍ୟରେ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି।

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଏବଂ କେନ୍ଦ୍ରମନ୍ତ୍ରୀ ରାଜଭବନ ଯାଇ ସରକାର ଗଠନ କରିବାକୁ ଦାବି କରିଥିଲେ। ଏହି ଅବରସରେ ରଜପାଳ ରଘୁବର ଦାସଙ୍କୁ ବିଜେପି ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଥିଲା।

ଆସନ୍ତାକାଲି, ବୁଧବାର ଦିନ ଜନତା ମଇଦାନଠାରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ନେବେ। ଶପଥ ପାଠ ଉତ୍ସବରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବିଶିଷ୍ଟ ବ୍ୟକ୍ତି ବିଶେଷ। ପ୍ରଥମ ଥର ପାଇଁ ବିଜେପି ଓଡ଼ିଶାରେ ସରକାର ଗଠନ କରିବାକୁ ଯାଉଥିବାର ଦଳୀୟ ନେତା ଏବଂ କର୍ମୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି।

Tags: #Politics #OdishaPolitics #NewCMofOdisha #MohanCharanMajhi #OathTakingCeremony #Rajbhwan #Governer #OdishaElections2024 #BJP

LEAVE A REPLY

Please enter your comment!
Please enter your name here