ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ମୌସୁମୀର ଆଗମନ ହୋଇଥିଲେ ମଧ୍ୟ ଖରା କମିବାର ନାଁ ଧରୁନି। ରାଜ୍ୟରେ ପୂର୍ବ ପରି ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଓଡ଼ିଶାର ବିଭିନ୍ନ ସ୍ଥାନରେ ଆହୁରି ୫ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି। ବୁଧବାର ହିଟୱେଭ୍ ପାଇଁ ରାଜ୍ୟର ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ହାରାହାରି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ନେଇ ଆକଳନ କରାଯାଇଛି।

ହିଟୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ସାମିଲ ରହିଛି।

ଅନ୍ୟପଟେ ଓଡ଼ିଶାକୁ ମୌସୁମୀ ଆସିବାର ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ଏହା ଆଗକୁ ବଢ଼ିପାରି ନାହିଁ। ମୌସୁମୀ ସକ୍ରିୟ ହେବାକୁ ପାଗ ଅନୁକୂଳ ନଥିବାରୁ ଏହା ମାଲକାନଗିରି ଅଞ୍ଚଳରେ ହିଁ ଅଟକି ରହିଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।     

Tags: #Heatwave #Weather #Summertime #Mansoon #MCBBSR #Odisha

LEAVE A REPLY

Please enter your comment!
Please enter your name here