ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋହନ ଚରଣ ମାଝୀ। ତେବେ ଶପଥ ଗ୍ରହଣ ପୂର୍ବରୁ ବୁଧବାର ସକାଳେ ସେ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ ସେ ଲୋକଙ୍କ ସହ କଥାବାର୍ତ୍ତା ହୋଇ ସେମାନଙ୍କ ସମସ୍ୟା ବିଷୟରେ ପଚାରି ବୁଝିଥିଲେ।

ବୁଧବାର ସକାଳେ ମୋହନ ଚରଣ ମାଝୀଙ୍କ ସହ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ହେବାକୁ ଥିବା କନକବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଓଡ଼ିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେମାନେ ଉତ୍କଳମଣି ଗୋପବନ୍ଧୁ ଦାସ, ଫକୀରମୋହନ ସେନାପତି ଓ ବିର୍ସା ମୁଣ୍ଡା ଭଳି ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିବା ଦେଖିବାକୁ ମିଳିଛି।

ଏହି ସମୟରେ ଏକାଧିକ ଲୋକଙ୍କ ସହ କଥାବାର୍ତ୍ତା ହୋଇ ସେମାନଙ୍କ ସମସ୍ୟା ବିଷୟରେ ପଚାରି ବୁଝିଥିଲେ ମୋହନ ଚରଣ ମାଝି। ସେ ସେମାନଙ୍କ ସମସ୍ୟା ଦୂର କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।  

ଏହି ସମୟରେ ମୋହନ ଚରଣ ମାଝୀଙ୍କ ସହ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ବରିଷ୍ଠ ବିଜେପି ନେତା ଗୋଲକ ମହାପାତ୍ର ଓ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।  

ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଅପରାହ୍ଣ ୫ଟା ବେଳେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଠାରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆ ମନ୍ତ୍ରୀମଣ୍ଡଳ ଶପଥ ନେବେ।

Tags: #NewCMofOdisha #MohanCharanMajhi #OathTakingCeremony #OdishaElections2024 #BJP #Politics #Odisha

LEAVE A REPLY

Please enter your comment!
Please enter your name here