ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ଓଡ଼ିଶାରେ ଆରମ୍ଭ ହୋଇଛି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ। ତା’ ସହିତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଆଜି ଶପଥ ନେଇଛନ୍ତି। ଏହି କ୍ରମରେ ବିଜେପିର ବରିଷ୍ଠ ବିଧାୟକ ରବି ନାରାୟଣ ନାଏକ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଆସନରୁ ଚାରି ଚାରି ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ରବି ନାରାୟଣ ନାଏକ। ୨୦୦୦, ୨୦୦୪, ୨୦୧୪ ଏବଂ ୨୦୨୪ରେ ସେ ବିଧାନସଭାକୁ ଆସିଛନ୍ତି। ଏହି ଅଭିଜ୍ଞ ବିଧାୟକଙ୍କୁ ବିଜେପି ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛି।

ବିଜେଡି ଦୁର୍ଗକୁ ଭାଙ୍ଗି ବିଜେପି ପ୍ରଥମ ଥର ପାଇଁ ଓଡ଼ିଶାରେ ସରକାର ଗଠନ କରିଛି। ଏଥିରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ରହିଛନ୍ତି। ଏହାସହ ୮ ଜଣ କ୍ୟାବିନେଟ୍ ମନ୍ତ୍ରୀ ହୋଇଥିବା ବେଳେ ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ଶପଥ ନେଇଛନ୍ତି।

Tags: #Politics #OdishaPolitics #NewCMofOdisha #RabiNarayanNaik #OathTakingCeremony #OdishaElections2024 #BJP #SureshPujari

LEAVE A REPLY

Please enter your comment!
Please enter your name here