ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେଧୀରେ ଆଗକୁ ବଢୁଛି। ଏଥିପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଅଭାବରୁ ଅଧିକ ଗରମ ଓ ଗୁଳୁଗୁଳି ହେଉଛି। ଓଡ଼ିଶାର ବିଭିନ୍ନ ସ୍ଥାନରେ ଆହୁରି ୩ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଶୁକ୍ରବାର ହିଟୱେଭ୍ ପାଇଁ ରାଜ୍ୟର ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ମାଲକାନଗିରିରେ ପହଞ୍ଚିଥିଲା। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇଥିଲେ ମଧ୍ୟ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି ରହିଛି। ଏଥିସହ ଆଗାମୀ ୩ ଦିନ ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହେବା ନେଇ ଆକଳନ କରାଯାଇଛି।

ଶୁକ୍ରବାର ହିଟୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ସାମିଲ ରହିଛି।

ଅନ୍ୟପଟେ ଓଡ଼ିଶାକୁ ମୌସୁମୀ ଆସିବାର ଅନେକ ସମୟ ବିତିଯାଇଥିଲେ ମଧ୍ୟ ଏହା ବିଶେଷ ଆଗକୁ ବଢ଼ିପାରି ନାହିଁ। ମୌସୁମୀ ସକ୍ରିୟ ହେବାକୁ ପାଗ ଅନୁକୂଳ ନ ଥିବାରୁ ଏହା ଦକ୍ଷିଣ ଓଡ଼ିଶାରେ ରହିଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।    

Tags: #Weather #Summertime #Mansoon #MCBBSR #Odisha

LEAVE A REPLY

Please enter your comment!
Please enter your name here