ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ଅବସରରେ ସେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର ମ୍ୟୁଜିୟମ ଛକରେ ବକ୍ସି ଜଗବନ୍ଧୁ, କଳ୍ପନା ଛକରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡକ୍ଟର ବି ଆର୍ ଆମ୍ବେଦକର ଏବଂ ୧୨୦ ବାଟାଲିୟନ ଛକରେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଆଶୀର୍ବାଦ କାମନା କରିଥିଲେ।

“ଭାରତର ସ୍ଵାଧୀନତା, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଏବଂ ଓଡ଼ିଆ ଅସ୍ମିତାର ସୁରକ୍ଷାରେ ଆମର ବରପୁତ୍ରମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି। ସେମାନଙ୍କ ଆଶୀର୍ବାଦରୁ ଆମେ ରାଜ୍ୟର ବିକାଶ ପାଇଁ କାମ କରିବୁ”, କହିଛନ୍ତି ମୋହନ ଚରଣ ମାଝୀ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ଅନ୍ୟ ବିଧାୟକମାନେ ଯୋଗ ଦେଇଥିଲେ।

Tags: #NewCMofOdisha #MohanCharanMajhi #BJP #Politics #Odisha

LEAVE A REPLY

Please enter your comment!
Please enter your name here