ଓଡ଼ିଶାଲାଇଭ୍ ବ୍ୟୁରୋ

ଜୁନ ୧୭ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଜୁନ ୧୭ରୁ ୧୮ ତାରିଖ ମଧ୍ୟରେ ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ଵର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

ଜୁନ ୧୮ରୁ ୧୯ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି ହୋଇଛି।

Tags: #Weather #WeatherUpdates #RainfallWarning #Odisha #YellowWarning

Comment