ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ। ଶୁକ୍ରବାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ବିଧାନସଭାରେ ନବ ନିର୍ବାଚିତ ବିଧାୟକମାନଙ୍କୁ ଶପଥ ପାଠ କରାଇବା ସହ ବାଚସ୍ପତି ନିର୍ବାଚନର ପରିଚାଳନା କରିବେ।

ବିଧାନସଭାରେ ଜୁନ୍ ୧୭ ଓ ୧୮ ତାରିଖରେ ନୂଆ ବିଧାୟକମାନେ ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ଭାବେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସେମାନଙ୍କୁ ଶପଥ ପାଠ କରାଇବେ। ଏହାପରେ ସେ ଜୁନ୍ ୨୦ ତାରିଖରେ ହେବାକୁ ଥିବା ବାଚସ୍ପତି ନିର୍ବାଚନକୁ ପରିଚାଳନା କରିବେ।

କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ରାଜ୍ୟ ସବୁ ବିଧାୟକ ଓ ମନ୍ତ୍ରିମଣ୍ଡଳର ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଏହି ଦାୟିତ୍ଵକୁ ସେ ସୁଚାରୁ ରୂପେ ତୁଲାଇବେ ବୋଲି କହିଛନ୍ତି।

ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଅଷ୍ଟମ ଥର ପାଇଁ ଆଠଗଡ଼ରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ରଣେନ୍ଦ୍ର ପ୍ରତାପ ସ୍ଵାଇଁ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବାକୁ ପ୍ରସ୍ତାବ ଦେଇଥିଲେ।

Tags: #RanendraPratapSwain #ProtemSpeaker #GovernorRaghubarDas #OdishaAssembly #Odisha

LEAVE A REPLY

Please enter your comment!
Please enter your name here