ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଜୁନ ୧୨ ତାରିଖରେ ପ୍ରଥମଥର ପାଇଁ ବିଜେପି ସରକାର ଗଢ଼ିଥିଲା। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ଥିଲେ ମୋହନ ଚରଣ ମାଝୀ। ତେବେ ଏହି ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀଙ୍କୁ ମିଶାଇ ମୋଟ ୧୬ ଜଣଙ୍କ ମଧ୍ୟରେ ବିଭାଗ ବଣ୍ଟନ ହୋଇଛି।

ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହ, ଜଳ ସମ୍ପଦ, ଅର୍ଥ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ ଏବଂ ଯୋଜନା ଓ ସଂଯୋଜନ ବିଭାଗର ଦାୟିତ୍ଵ ଗ୍ରହଣ କରିବେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି ବିଭାଗ ମିଳିଥିବାବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ମିଳିଛି।

ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ ?

କ୍ୟାବିନେଟ୍ ମନ୍ତ୍ରୀ
୧. ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ
୨. ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟଜଳ ଯୋଗାଣ ବିଭାଗ
୩. ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ ଏବଂ ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ଶସକ୍ତିକରଣ ବିଭାଗ
୪. କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ
୫. ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୂର୍ତ୍ତ ଓ ଅବକାରୀ ବିଭାଗ
୬. ଡକ୍ଟର ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ

୭. ବିଭୁତି ଭୂଷଣ ଜେନା – ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ
୮. ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଅଭିଯୋଗ ବିଭାଗ

ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ)

୧. ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା ବିଭାଗ
୨. ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ
୩. ପ୍ରଦୀପ ବଳସମାନ୍ତ – ସମବାୟ ଏବଂ ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ
୪. ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ଏମଏସଏମଇ ବିଭାଗ
୫. ସମ୍ପଦ ସ୍ୱାଇଁ – ଶିଳ୍ପ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ

Tags: #GovtofOdisha #MohanCharanMajhi #CMOOdisha #Ministers #BJP #Odisha

LEAVE A REPLY

Please enter your comment!
Please enter your name here