ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର (ଓଏସଆରଟିସି) ସମୀକ୍ଷା କରିଛନ୍ତି। ଏହି ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଏଠାରେ ସେମାନେ ଓଏସଆଟିସିର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ମନ୍ତ୍ରୀଙ୍କୁ ସୂଚନା ପ୍ରଦାନ କରିଥିଲେ।

ରାଜ୍ୟର ପରିବହନ କ୍ଷେତ୍ରରେ ଓଏସଆରଟିସି କିଭଳି ଏକ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିବ ସେ ବିଷୟରେ ବୈଠକରେ ଆଲୋଚନା କରାଯାଇଥିଲା। ଏହାସହ ଆଗାମୀ ଦିନରେ ଓଏସଆରଟିସି ପରିବହନ କ୍ଷେତ୍ରରେ ନୂଆ ନୂଆ ପଦକ୍ଷେପ ନେଉ ବୋଲି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପରାମର୍ଶ ଦେଇଥିଲେ।

ଏହି ବୈଠକରେ ରାଜ୍ୟ ପରିବହନ କମିଶନର ଅମିତାଭ ଠାକୁର ଏବଂ ଓଏସଆଟିସିର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଦିପ୍ତେଶ ପଟ୍ଟନାୟକ ଯୋଗ ଦେଇଥିଲେ।

Tags: #OSRTC #BibhutiBhusanJena #CommerceandTransportDept #Odisha

LEAVE A REPLY

Please enter your comment!
Please enter your name here