ଓଡ଼ିଶାଲାଇଭ୍ ବ୍ୟୁରୋ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଲାଗିଛି ଝଟକା। ଅବକାରୀ ଦୁର୍ନୀତି ମାମଲାରେ ମଙ୍ଗଳବାର ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଜାମିନ ମିଳିଲା ନାହିଁ। ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇଛନ୍ତି।

ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଜୁନ୍ ୨୦ ତାରିଖରେ ଜାମିନ ଦେଇଥିଲେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ। ଏହାକୁ ଚ୍ୟାଲେଞ୍ଜ କରି ଇଡି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।

ତେବେ କେଜ୍ରିୱାଲଙ୍କ ବିରୋଧରେ ଅବକାରୀ ଦୁର୍ନୀତି ମାମଲା ଏବେ ବିଚାରାଧୀନ ଥିବାରୁ ତାଙ୍କ ଜାମିନ ଉପରେ ରୋକ ଲଗାଯାଉ ବୋଲି ଇଡି ପକ୍ଷରୁ ଦର୍ଶା ଯାଇଥିଲା। ଏହାପରେ ହାଇକୋର୍ଟ କେଜ୍ରିୱାଲଙ୍କ ଜାମିନ ଉପରେ କଟକଣା ଜାରି ରହିବ ବୋଲି ରାୟ ଶୁଣାଇଥିଲେ।

ଅରବିନ୍ଦ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ ତାରିଖ ରାତିରେ ଇଡି ପକ୍ଷରୁ ଗିରଫ କରାଯାଇଥିଲା। ଏହାପରେ ଇଡି ତାଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିଥିଲା। କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଅବଧି ସରିବା ପରେ ତାଙ୍କୁ ନ୍ୟାୟିକ ହେଫାଜତକୁ ପଠାଇଥିଲେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲ ସାମିଲ ଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଇଡି ତାଙ୍କୁ ପଚରାଉଚରା ପାଇଁ ୯ ଥର ସମନ କରିଥିଲେ ମଧ୍ୟ ସେ ହାଜର ହୋଇନଥିଲେ। ଯାଞ୍ଚରେ ସେ ସହଯୋଗ କରୁନଥିବା ଇଡି ପକ୍ଷରୁ କୁହାଯାଇଥିଲା।

Tags: #ArvindKejriwal #CMofDelhi #LiquorScam #DelhiHighCourt #ED #NewDelhi

Comment