ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଆଗକୁ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଏଥିପାଇଁ ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବୁଧବାର ବର୍ଷା ପାଇଁ ଓଡ଼ିଶାର ୨୨ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଗଞ୍ଜମ, ଗଜପତି,ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଏବେ ଓଡ଼ିଶାରେ ମୌସୁମୀ ସକ୍ରିୟ ରହିଥିବାବେଳେ ଘୂର୍ଣ୍ଣିବଳୟ ପ୍ରଭାବ ରାଜ୍ୟରେ ଅଧିକ ରହିବାର ସମ୍ଭାବନା ରହିଛି। ଫଳରେ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Tags: #Weather #Monsoon #Rainfall #MCBBSR #Odisha

LEAVE A REPLY

Please enter your comment!
Please enter your name here