ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଦିଲ୍ଲୀ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିବେ। ତାଙ୍କ ସହ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯିବେ।

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିବେ। ଏହାସହ ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବିଜେପିର କିଛି ବରିଷ୍ଠ ନେତାଙ୍କ ସହ ସାକ୍ଷାତ କରିବେ।

ଏହି ଅବସରରେ ଓଡ଼ିଶାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ କରିବା ଦିଗରେ କେନ୍ଦ୍ର ସରକାରଙ୍କ ସହ ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ କରିବାର ସମ୍ଭାବନା ରହିଛି।

Tags: #MohanCharanMajhi #CMofOdisha #DelhiVisit #Odisha

Comment