ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରବଳ ବର୍ଷାରେ ଭିଜିଲା ଭୁବନେଶ୍ଵର। ବୁଧବାର ମଧ୍ୟାହ୍ନରେ ହଠାତ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଭୁବନେଶ୍ଵରରେ ବର୍ଷା ଲାଗି ରହିଥିଲା। କେବଳ ଭୁବନେଶ୍ଵର ନୁହେଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ହୋଇଛି।

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଜୁନ ୩୦ ଯାଏଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେବଳ ନବରଙ୍ଗପୁର ଜିଲ୍ଲାକୁ ଛଡ଼ି ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋ ମିଟର ବହିବାର ସମ୍ଭାବନା ରହିଛି।

ଜୁନ ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହପରି ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଜୁନ ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବାବେଳେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଜୁନ ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #Rainfall #Odisha #RainfallWarning

LEAVE A REPLY

Please enter your comment!
Please enter your name here