ଓଡ଼ିଶାଲାଇଭ୍ ବ୍ୟୁରୋ

ଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ବୁଧବାର ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ୩ ଦିନିଆ ଗସ୍ତରେ ତାଙ୍କ ସହ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇଛନ୍ତି।

ଗୁରୁବାର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିବେ। ଏହାସହ ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବିଜେପିର କିଛି ବରିଷ୍ଠ ନେତାଙ୍କ ସହ ସାକ୍ଷାତ କରିବେ।

ଏହି ଅବସରରେ ଓଡ଼ିଶାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ କରିବା ଦିଗରେ କେନ୍ଦ୍ର ସରକାରଙ୍କ ସହ ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ କରିବାର ସମ୍ଭାବନା ରହିଛି। ନିର୍ବାଚନ ସମୟରେ ବିଜେପି ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିଗୁଡ଼ିକୁ ପୂରଣ କରିବା ଦିଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ନେତୃତ୍ୱ ସହ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି।   

Tags: #MohanCharanMajhi #CMofOdisha #DelhiVisit #Odisha

Comment