ଓଡ଼ିଶାଲାଇଭ୍ ବ୍ୟୁରୋ

ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ଏହାପରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିଛନ୍ତି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଗୁରୁବାର ଅପରାହ୍ଣରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।   

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ୩ ଦିନିଆ ଗସ୍ତରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବିଜେପିର କିଛି ବରିଷ୍ଠ ନେତାଙ୍କ ସହ ତାଙ୍କର ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।    

ଏହି ଅବସରରେ ଓଡ଼ିଶାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ କରିବା ଦିଗରେ କେନ୍ଦ୍ର ସରକାରଙ୍କ ସହ ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ କରିବାର ସମ୍ଭାବନା ରହିଛି। ନିର୍ବାଚନ ସମୟରେ ବିଜେପି ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିଗୁଡ଼ିକୁ ପୂରଣ କରିବା ଦିଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ନେତୃତ୍ୱ ସହ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି।   

Tags: #MohanCharanMajhi #PresidentofIndia #CMofOdisha #DelhiVisit #Odisha

LEAVE A REPLY

Please enter your comment!
Please enter your name here