ଓଡ଼ିଶାଲାଇଭ୍ ବ୍ୟୁରୋ

ଗୁରୁବାର ସକାଳଠାରୁ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷା ଲାଗି ରହିଛି। ଜୁନ ୨୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହପରି ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋ ମିଟର ବହିବାର ସମ୍ଭାବନା ରହିଛି।

ଜୁନ ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଜୁନ ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #Rainfall #Odisha #RainfallWarning

LEAVE A REPLY

Please enter your comment!
Please enter your name here