ଓଡ଼ିଶାଲାଇଭ୍ ବ୍ୟୁରୋ

ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଜୁନ୍ ୩୦ ତାରିଖରେ ଅବସର ନେବେ। ତାଙ୍କ ସ୍ଥାନରେ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜା ଦାୟିତ୍ଵ ଗ୍ରହଣ କରିବେ। ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ମନୋଜ ଆହୁଜା ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ। ସେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟର ସଚିବ ଥିଲେ। ତେବେ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ତାଙ୍କୁ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଦିଆଯାଇଛି। ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ।

ଅନ୍ୟପଟେ ୨୦୨୩ ମସିହା ଫେବ୍ରୁଆରି ୨୮ ତାରିଖରେ ପ୍ରଦୀପ କୁମାର ଜେନା ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ। ତେବେ ୨୦୨୩ ଡିସେମ୍ବର ୩୦ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁଥିବାବେଳେ ଏହାକୁ ଆଉ ୬ ମାସ ବଢ଼ାଇଥିଲେ ରାଜ୍ୟ ସରକାର।

Tags: #ManojAhuja #ChiefSecretary #GovtofOdisha #Odisha

LEAVE A REPLY

Please enter your comment!
Please enter your name here