ଓଡ଼ିଶାଲାଇଭ୍ ବ୍ୟୁରୋ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ। ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ପ୍ରାୟ ୬୦୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ଗତ ଜାନୁଆରି ୩୧ ତାରିଖରେ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ସମୟ ମଧ୍ୟରେ ତାଙ୍କୁ ଗିରଫ କରାଯାଇଥିଲା।

ଇଡି କାର୍ଯ୍ୟାଳୟରେ ହାଜର ହେବା ପାଇଁ ବାରମ୍ବାର ହେମନ୍ତ ସୋରେନଙ୍କୁ ସମନ ଜାରି କରାଯାଇଥିଲେ ମଧ୍ୟ ସେ ଆସିନଥିଲେ। ଫଳରେ ଗିରଫ ପୂର୍ବରୁ ହେମନ୍ତ ସୋରେନଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଚଢ଼ଉ କରିଥିଲା ଇଡି। ଏହି ସମୟରେ ନଗଦ ୩୬ ଲକ୍ଷ ଟଙ୍କା ଦୁଇଟି ଦାମୀ ଗାଡ଼ି ଏବଂ ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିଲା।

ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିବାବେଳେ ଶୁକ୍ରବାର ଦିନ ହେମନ୍ତ ସୋରେନଙ୍କ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ।

Tags: #Politics #HemantSoren #Jail #EDAction #HemantSoren #Bail

Comment