ଓଡ଼ିଶାଲାଇଭ୍ ବ୍ୟୁରୋ

ମହାନଦୀ କୂଳକୁ ଶୌଚ ହେବା ପାଇଁ ଯାଇଥିବା ୮ ବର୍ଷର ବାଳକକୁ ଟାଣିନେଲା କୁମ୍ଭୀର। ଶନିବାର ଦିନ ଏହି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ସାତକୋଶିଆ ଗଣ୍ଡ ନିକଟ ଟିକରପଡ଼ା ଗାଁରେ। ମୃତ ବାଳକ ହେଉଛନ୍ତି ସମୀର ନାୟକ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲାଗି ୬ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Tags: #CrocodileAttack #Tikarpada #Boydeath #Angul #Odisha

Comment