ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନିଜେ ଲୋକଙ୍କ ସହ ସାକ୍ଷାତ କରି ସେମାନଙ୍କ ସମସ୍ୟା ଶୁଣିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଯୋଗ ଦେଇଛନ୍ତି। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ପ୍ରବଳ ଭିଡ଼ ଲାଗିଛି।

ପ୍ରାୟ ୧୬ ବର୍ଷର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ପ୍ରତି ସୋମବାର ନିୟମିତ ଭାବେ ଲୋକଙ୍କ ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ।

ଅଭିଯୋଗ ଶୁଣାଣି ପାଇଁ ଲୋକଙ୍କୁ ସକାଳ ୯ଟାରୁ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡ଼ିବ। ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ। ଏଠାରେ ଲୋକଙ୍କ ପାଇଁ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି।

ଅନ୍ୟପଟେ ଜିଲ୍ଲାପାଳମାନଙ୍କୁ ମଧ୍ୟ ଜିଲ୍ଲାସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ନିର୍ଦ୍ଦେଶ ରହିଛି। 

Tags: #CMMohanCharanMajhi #GrievanceCell #People #Odisha

LEAVE A REPLY

Please enter your comment!
Please enter your name here