ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ ଲଘୁଚାପର ପ୍ରଭାବ କମ ହୋଇଥିଲେ ମଧ୍ୟ ମୌସୁମୀ ସକ୍ରିୟ ରହିଛି। ଏହା ଫଳରେ ରାଜ୍ୟର ବିଭିନ ସ୍ଥାନରେ ବର୍ଷା ହେବାର ଦେଖିବାକୁ ମିଳୁଛି। ଆହୁରି ୨ରୁ ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ବୁଧବାର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ଵର ସାମିଲ ରହିଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୪ ମିଲିମିଟର ହୋଇଛି, ଯାହାକି ସ୍ଵାଭାବିକଠାରୁ ୨୪ ପ୍ରତିଶତ କମ ରହିଛି। ମାଲକାନଗିରିରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ରାଜ୍ୟର ୧୫ରୁ ଅଧିକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

ଜୁଲାଇ ମାସରେ ଓଡ଼ିଶାରେ ସ୍ଵାଭାବିକ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ କିଛି ସ୍ଥାନରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହେବାସହ କିଛି ସ୍ଥାନରେ ନିଅଣ୍ଟିଆ ବର୍ଷା ହେବାର ସମ୍ଭାବନା ରହିଛି।

Tags: #Weather #Monsoon #Rainfall #MCBBSR #Odisha

LEAVE A REPLY

Please enter your comment!
Please enter your name here