ଓଡ଼ିଶାଲାଇଭ୍ ବ୍ୟୁରୋ

ଅଷ୍ଟାଦଶ ଲୋକସଭାର ପ୍ରଥମ ବଜେଟ୍ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହେବ। ଏହାପରେ ଜୁଲାଇ ୨୩ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ଏନେଇ ଶନିବାର କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସୂଚନା ଦେଇଛନ୍ତି।

କେନ୍ଦ୍ରରେ ନୂଆ ସରକାର ଗଠନ ହେବା ପରେ ଏହା ପ୍ରଥମ ବଜେଟ୍ ଅଧିବେଶନ। ଏଥରର ବଜେଟ୍ ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ତାରିଖ ଯାଏଁ ଚାଲିବ। ଜୁଲାଇ ୨୨ରେ ବଜେଟ୍ ଅଧିବେଶନ ଆରମ୍ଭରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦକୁ ସମ୍ବୋଧନ କରିବେ।

ଏହାପୂର୍ବରୁ ଚଳିତ ବର୍ଷ ଫେବ୍ରୁଆରି ୧ ତାରିଖରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଥିଲେ କେନ୍ଦ୍ର ସରକାର।   

Tags: #UnionBudget2024 #ParliamentBudgetSession #MinistryofFinance #India

Comment