ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପୁରୀ ଗସ୍ତ କରିଛନ୍ତି।

ଭକ୍ତି ଏବଂ ସମର୍ପଣର ଏହି ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଆଣିଦେଉ ବୋଲି ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ଦ୍ରୌପଦୀ ମୁର୍ମୁ। ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି ବୋଲି କହିଛନ୍ତି ରାଷ୍ଟ୍ରପତି।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସେ ସମସ୍ତଙ୍କ ସୁସ୍ଥ ଏବଂ ସମୃଦ୍ଧ ଜୀବନ କାମନା କରିଛନ୍ତି।

ଅନ୍ୟପଟେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଅନ୍ୟ ମନ୍ତ୍ରୀ ଓ ବିଧାୟକମାନେ ମଧ୍ୟ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି।

Tags: #RathaYatra #PresidentOfIndia #DraupadiMurmu #PMNarenderaModi #ShreeGundichaJatra #Puri #ShreeKhetra #SriJagannath

LEAVE A REPLY

Please enter your comment!
Please enter your name here