ଓଡ଼ିଶାଲାଇଭ୍ ବ୍ୟୁରୋ

ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ଲାଗିଛି ଶ୍ରୀଜିଉଙ୍କ ତିନି ରଥ। ରଥ ଉପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ମଙ୍ଗଳବାର ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କର ଆଡ଼ପ ମଣ୍ଡପ ବିଜେ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପ ନୀତି ଶେଷ ହେବା ପରେ ଆଡ଼ପ ମଣ୍ଡପ ବିଜେ କରିବେ ମହାପ୍ରଭୁ।

ଶ୍ରୀଗୁଣ୍ଡିଚା ଯାତ୍ରାରେ ରବିବାର ଅପରାହ୍ଣ ୫ଟାରେ ନିର୍ଦ୍ଧାରିତ ସମୟରେ ରଥଟଣା ଆରମ୍ଭ ହୋଇଥିବାବେଳେ ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକି ଯାଇଥିଲେ ଶ୍ରୀଜିଉ। ସୋମବାର ସେହିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ପୁଣି ଯାତ୍ରା ଆରମ୍ଭ କରିଥିଲେ ମହାପ୍ରଭୁ।

ହରିବୋଲ, ହୁଳହୁଳି, ଘଣ୍ଟ, ଘଣ୍ଟା ଏବଂ ଶଙ୍ଖ ନାଦରେ ପ୍ରକମ୍ପିତ ହୋଇଉଠିଥିଲା ବଡ଼ଦାଣ୍ଡ। ଭକ୍ତିମୟ ପରିବେଶରେ ବଡ଼ଦାଣ୍ଡରୁ ରଥ ଟାଣି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚାଇଥିଲେ ଭକ୍ତ।

ଚତୁର୍ଦ୍ଧାମୂର୍ତ୍ତି ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିବେ। ଆଡ଼ପମଣ୍ଡପ ବିଜେ କରି ଜନ୍ମବେଦୀରେ ତିନି ଠାକୁର ଲୀଳାଖେଳା କରିବେ। ତେବେ ଶରଧାବାଲିରେ ରଥାରୂଢ଼ ତିନିଦିଅଁଙ୍କୁ ଦେଖିବା ପାଇଁ ଭକ୍ତଙ୍କ ଭିଡ଼ ଜମୁଛି।

Tags: #RathaJatra #ShreeGundichaJatra #Puri #ShreeKhetra #SriJagannath

Comment