ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ବରିଷ୍ଠ ଆଇଏଏସ୍ ଅଧିକାରୀ ଡକ୍ଟର ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ଦାୟିତ୍ବ ମିଳିଛି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଡକ୍ଟର ଅରବିନ୍ଦ ପାଢ଼ୀ ଏବେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି। ଏହାସହ ସେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ଵ ତୁଲାଉଛନ୍ତି।
ଏହାପୂର୍ବରୁ ବୀର ବିକ୍ରମ ଯାଦବ ମେ ୨୨ରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଛୁଟିରେ ଯାଇଥିବାବେଳେ ଡକ୍ଟର ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ଵ ମିଳିଥିଲା। ଏହାସହ ସେ ୨୦୧୪ ମସିହାରେ ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରିଥିଲେ।
ଆଡ଼ପ ମଣ୍ଡପ ବିଜେ ସମୟରେ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡିରେ ଅଘଟଣ ମାମଲାକୁ ନେଇ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ଚର୍ଚ୍ଚା ହେଉଛି।
Tags: #DrArabindaPadhee #ChiefAdministrator #SriJagannathTemple #SJTA #Puri















