ଓଡ଼ିଶାଲାଇଭ୍ ବ୍ୟୁରୋ

ପବିତ୍ର ହେରା ପଞ୍ଚମୀ ଦିନ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଆସି ନନ୍ଦିଘୋଷ ରଥର ଚକ ଭାଙ୍ଗିବାପରେ ଆରମ୍ଭ ହୋଇଛି ବାହୁଡ଼ା ଯାତ୍ରା ଲାଗି ପ୍ରସ୍ତୁତି। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଥିବା ତିନି ରଥର ଦକ୍ଷିଣ ମୋଡ଼ କରାଯାଇଛି। ଜୁଲାଇ ୧୫ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ।

ଶୁକ୍ରବାର ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ତିନି ରଥର ଦକ୍ଷିଣ ମୋଡ଼ ଆରମ୍ଭ ହୋଇଥିଲା। ଅନେକ ଭକ୍ତ, ସେବାୟତ ଓ ପୋଲିସ ବାହିନୀଙ୍କ ସହଯୋଗରେ ରଥ ଟଣାଯାଇଥିଲା।

ପରମ୍ପରା ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ଏହାପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ଶେଷରେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯାଇଛି। ରଥଗୁଡ଼ିକୁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଛି।

Tags: #BahudaJatra #Chariots #SriGundichaMandir #Culture #Puri

Comment