ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରୁ କଟକ ତ୍ରିଶୁଳିଆ ପର୍ଯ୍ୟନ୍ତ ହେବାକୁ ଥିବା ମେଟ୍ରୋ ପ୍ରକଳ୍ପକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ୨୦୨୪-୨୫ ବର୍ଷ ଲାଗି ଆଗତ ହୋଇଥିବା ବଜେଟରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ହୋଇଛି।
ପୂର୍ବର ବିଜେଡି ସରକାର ଅମଳରେ ମେଟ୍ରୋ ପ୍ରକଳ୍ପ ପରିକଳ୍ପନା କରାଯାଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତ୍ରିଶୁଳିଆଠାରେ ଏହାର ଶିଳାନ୍ୟାସ କରିଥିଲେ। ଏହି ପ୍ରକଳ୍ପ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଲାଗି ବର୍ତ୍ତମାନର ବିଜପି ସରକାର ଗୁରୁତ୍ୱ ଦେଇଛନ୍ତି।
ପ୍ରଥମ ପର୍ଯ୍ୟାୟରେ ମେଟ୍ରୋ ପ୍ରକଳ୍ପ ଭୁବନେଶ୍ୱର ବିମାନ ବନ୍ଦରଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଗଡ଼ିବ। ପରବର୍ତ୍ତୀ ପର୍ଯ୍ୟାୟରେ ଏହା ପୁରୀ ଏବଂ କଟକ ସହରକୁ ସଂପ୍ରସାରଣ କରାଯିବା ପାଇଁ ପୂର୍ବରୁ ନିର୍ଦ୍ଧାରିତ ହୋଇଥିଲା।
Tags: #Budget2024-25 #OdishaAssembly #CMMohanCharanMajhi #FinanceDept #Odisha #BhubaneswarMetroProject








