ଓଡ଼ିଶାଲାଇଭ୍ ବ୍ୟୁରୋ
ବିଧାନସଭାରେ ଉପସ୍ଥାପିତ ୨୦୨୪-୨୫ ବଜେଟରେ ରାଜ୍ୟ ସରକାର ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏଥିପାଇଁ ବଜେଟରେ ୨୪୬୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
ସେହିପରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ବଦଳିଛି। ଏହାକୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନାମରେ ନାମିତ କରାଯାଇଛି। ଏହା ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା। ଏଥିପାଇଁ ୫ ହଜାର ୪୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
ଏହି ଯୋଜନା ଅଧୀନରେ ରାଜ୍ୟର ଗରିବ ଶ୍ରେଣୀର ପୁରୁଷ ହିତାଧିକାରୀ ୫ ଲକ୍ଷ ଓ ମହିଳା ହିତାଧିକାରୀ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ଚିକିତ୍ସା ସେବା ପାଇପାରିବେ।
ଏହାସହ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।
Tags: #Budget2024-25 #OdishaAssembly #CMMohanCharanMajhi #FinanceDept #Odisha #BhubaneswarMetroProject


















