ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ହେପାଟାଇଟିସ୍‌ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଜୁଲାଇ ୨୮ ତାରିଖକୁ ‘ବିଶ୍ୱ ହେପାଟାଇଟିସ୍‍ ଦିବସ’ ପାଳନ କରାଯାଉଛି। ହେପାଟାଇଟିସ୍ ରୋଗର ଲକ୍ଷଣ, ପରୀକ୍ଷଣ ଏବଂ ନିରାକରଣ ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନର ଉଦ୍ଦେଶ୍ୟ ରହିଛି।

ହେପାଟାଇଟିସ୍‌କୁ ନେଇ ଲୋକ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଆଇଏଫ୍‌ଆଇ ଫାଉଣ୍ଡେସନ, ଓଡ଼ିଶାଲାଇଭ୍ ଏବଂ ସ୍ୱାସ୍ଥ୍ୟପ୍ଲସ୍ ପକ୍ଷରୁ ଏକ ମିଳିତ ଡିଜିଟାଲ ମିଡିଆ କ୍ୟାମ୍ପେନ କରାଯାଇଛି।

ହେପାଟାଇଟିସ୍‌ କ’ଣ, କାହିଁକି ହୁଏ ଏବଂ କିପରି ଏହାର ଚିକିତ୍ସା କରାଯାଏ – ଏ ସବୁ ବିଷୟକୁ ନେଇ ଡାକ୍ତରଙ୍କ ପରାମର୍ଶ ଥିବା ଭିଡିଓ ପୋଷ୍ଟ କରାଯିବ। ‘ଓଡ଼ିଶାଲାଇଭ୍’ ନ୍ୟୁଜ ପୋର୍ଟାଲ ସହିତ ଏହାର ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ (ଫେସବୁକ, ଟୁଇଟର) ଏହି ଭିଡିଓଗୁଡ଼ିକ ପ୍ରସାରିତ ହେବ। ଡେଲିହଣ୍ଟ ଏବଂ ଜିଓ ନ୍ୟୁଜ ପ୍ଲାଟଫର୍ମର ଓଡ଼ିଶାଲାଇଭ୍ ପେଜରେ ମଧ୍ୟ ଏହି ବିଷୟ ଉପଲବ୍ଧ ରହିବ।

ଭାରତରେ ପ୍ରମୁଖ ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟରୁ ହେପାଟାଇଟିସ୍ ଅନ୍ୟତମ। ଏହା ଲିଭର ବା ଯକୃତରେ ହେଉଥିବା ଏକ ପ୍ରକାର ସଂକ୍ରମଣ, ଯାହାକି ହେପାଟାଇଟିସ୍ ଭାଇରସ ଯୋଗୁଁ ହୋଇଥାଏ।

ଭାଇରସ ସଂକ୍ରମଣ ଯୋଗୁଁ ହୋଇଥିବା ହେପାଟାଇଟିସ୍‌ ଫିବ୍ରୋସିସ କିମ୍ବା ଯକୃତ କର୍କଟ ଭଳି ଗୁରୁତର ରୋଗର ରୂପ ନେଇପାରେ। ତେବେ ହେପାଟାଇଟିସ୍‌ ରୋଗର କାରଣ ଓ ଏହା କେତେ ଘାତକ ହୋଇପାରେ, ସେ ବିଷୟରେ ବିଶିଷ୍ଟ ଯକୃତ ରୋଗ ବିଶେଷଜ୍ଞ ଡାକ୍ତର ଅଶୋକ ଚୌଧୁରୀ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #Hepatitis #WorldHepatitisDay #Treatment #DoctorsAdvise #OdiaHealthTips

Comment