ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି ବିଜେଡି ସାଂସଦ ମମତା ମହାନ୍ତ। ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନକଢ଼ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି। ଏହାସହ ସେ ବିଜେଡିର ପ୍ରାଥମିକ ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଦେଇଥିବା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ କରିଛନ୍ତି ମମତା ମହାନ୍ତ।

“ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ମଧ୍ୟ ମୋ ଇସ୍ତଫା ପତ୍ର ପଠାଇ ଦେଇଛି। ଦଳ ମତେ ଜିଲ୍ଲା ପରିଷଦର ସଦସ୍ୟ ଓ ରାଜ୍ୟସଭାର ସଦସ୍ୟ ଭାବେ ମନୋନୀତ କରି ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲା। ହେଲେ ଆଜି ମୋର ସେବାର ଆବଶ୍ୟକତା ଦଳ ଅନୁଭବ କରୁନାହିଁ। ସେଥିପାଇଁ ମୁଁ ବିଜେଡିର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେବାକୁ ନିଷ୍ପତି ନେଲି”, କହିଛନ୍ତି ମମତା ମହାନ୍ତ।

ମମତା ମହାନ୍ତ ମୟୂରଭଞ୍ଜ ଜିଲ୍ଲାର କୁଡୁମୀ ସମ୍ପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ସେ ୨୦୨୦ ମସିହାରେ ବିଜେଡି ଟିକେଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୨୦୨୬ ମସିହା ଏପ୍ରିଲ ମାସ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ରହିଥିଲା।

ତେବେ କାର୍ଯ୍ୟକାଳ ସରିବାର ୨୧ ମାସ ପୂର୍ବରୁ ମମତା ମହାନ୍ତ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ତାଙ୍କର ପରବର୍ତ୍ତୀ ପଦକ୍ଷେପ କ’ଣ ରହିବ ତାହା ଅସ୍ପଷ୍ଟ ରହିଛି।

Tags: #MamataMohanta #MP #RajyaSabha #BJD #Politics #Odisha    

LEAVE A REPLY

Please enter your comment!
Please enter your name here