ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଆଜି ହେଉଛି ‘ଓ୍ଵାର୍ଲ୍ଡ ଲଙ୍ଗ କ୍ୟାନ୍ସର ଡେ’ ବା ବିଶ୍ଵ ଫୁସଫୁସ୍ କର୍କଟ ଦିବସ। ଫୁସଫୁସ କର୍କଟ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ପ୍ରତିବର୍ଷ ଅଗଷ୍ଟ ୧ ତାରିଖରେ ଏହି ଦିବସ ପାଳନ କରାଯାଉଛି।
ଫୁସଫୁସ କର୍କଟକୁ ନେଇ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଇଏଫ୍ଆଇ ଫାଉଣ୍ଡେସନ, ଓଡ଼ିଶାଲାଇଭ୍ ଏବଂ ସ୍ୱାସ୍ଥ୍ୟପ୍ଲସ୍ ପକ୍ଷରୁ ଏକ ମିଳିତ ଡିଜିଟାଲ ମିଡିଆ କ୍ୟାମ୍ପେନ କରାଯାଇଛି।

ଫୁସଫୁସ କର୍କଟ କ’ଣ, କାହିଁକି ହୁଏ ଏବଂ କିପରି ଏହାର ଚିକିତ୍ସା କରାଯାଏ – ଏ ସବୁ ବିଷୟକୁ ନେଇ ଡାକ୍ତରଙ୍କ ପରାମର୍ଶ ଥିବା ଭିଡିଓ ପୋଷ୍ଟ କରାଯିବ। ‘ଓଡ଼ିଶାଲାଇଭ୍’ ନ୍ୟୁଜ ପୋର୍ଟାଲ ସହିତ ଏହାର ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ (ଫେସବୁକ, ଟୁଇଟର) ଏହି ଭିଡିଓଗୁଡ଼ିକ ପ୍ରସାରିତ ହେବ। ଡେଲିହଣ୍ଟ ଏବଂ ଜିଓ ନ୍ୟୁଜ ପ୍ଲାଟଫର୍ମର ଓଡ଼ିଶାଲାଇଭ୍ ପେଜରେ ମଧ୍ୟ ଏହି ବିଷୟ ଉପଲବ୍ଧ ରହିବ।
ଫୁସଫୁସର କୋଷିକାଗୁଡ଼ିକ ଅନିୟନ୍ତ୍ରିତ ଭାବେ ବଢ଼ିଲେ ତାହା ଏକ ଟ୍ୟୁମରର ରୂପ ନେଇଥାଏ। ସେହି ଟ୍ୟୁମର ପରବର୍ତ୍ତୀ ସମୟରେ କର୍କଟ ରୋଗ ସୃଷ୍ଟି କରିଥାଏ। ତେବେ କେଉଁ କାରଣ ଯୋଗୁଁ ଫୁସଫୁସ୍ କର୍କଟ ହୋଇଥାଏ, ଏହାକୁ କିପରି ରୋକା ଯାଇପରିବ, ବିଶିଷ୍ଟ କ୍ୟାନସର ରୋଗ ବିଶେଷଜ୍ଞ ଡାକ୍ତର ସଞ୍ଜୀବ କୁମାର ମିଶ୍ରଙ୍କଠାରୁ ଏବିଷୟରେ ସବିଶେଷ ତଥ୍ୟ ଜାଣିବା ପାଇଁ ସ୍ୱାସ୍ଥ୍ୟପ୍ଲସ୍ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #WorldLungCancerDay #LungCancer #Treatment #DoctorsAdvice #OdiaHealthTips



















