ଓଡ଼ିଶାଲାଇଭ୍ ବ୍ୟୁରୋ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଆଗାମୀ ଦୁଇଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କେତେକ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ବ୍ୟତୀତ ଖୋର୍ଦ୍ଧା, ନୟାଗଡ଼, କଟକ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ଵର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ଅଗଷ୍ଟ ୨ରୁ ୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼ ଏବଂ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଅଗଷ୍ଟ ୪ ତାରିଖରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Tags: #Weather #WeatherUpdate #Heavyrainfall #RainfallWarning #Odisha

Comment