ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। ବୁଧବାରଠାରୁ ଏଥିଲାଗି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ଦେଶର ୯ଟି ରାଜ୍ୟରେ ଖାଲିପଡ଼ିଥିବା ୧୨ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟସଭା ଉପନିର୍ବାଚନ ପାଇଁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ହେବ। ଏହାପରେ ଅଗଷ୍ଟ ୨୨ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ ଏବଂ ଅଗଷ୍ଟ ୨୭ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି।

ସେପ୍ଟେମ୍ବର ୩ ତାରିଖ ସକାଳ ୯ଟା ଅପରାହ୍ଣ ୪ଟା ମଧ୍ୟରେ ରାଜ୍ୟସଭା ଉପନିର୍ବାଚନ ଲାଗି ଭୋଟ ପଡ଼ିବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ଓଡ଼ିଶା ସମେତ ଆସାମ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତ୍ରିପୁରା, ବିହାର, ହରିୟାଣା, ରାଜସ୍ଥାନ ଏବଂ ତେଲେଙ୍ଗାନାରେ ଖାଲିପଡ଼ିଥିବା ୧୨ଟି ରାଜ୍ୟସଭା ଆସନ ଲାଗି ଉପନିର୍ବାଚନ ହେଉଛି।

ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଏହାପରେ ସେ ବିଜେପିରେ ସାମିଲ ହୋଇଥିଲେ। ତେବେ ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାହାକୁ ନେଇ କଳ୍ପନା ଜଳ୍ପନା ଜାରି ରହିଛି।

ଓଡ଼ିଶାରୁ ରାଜ୍ୟସଭା ରେସରେ ସବୁଠାରୁ ଆଗରେ ରହିଛି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନାଁ। ଏହା ସହ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ଵେଶ୍ଵର ଟୁଡୁଙ୍କ ନାଁ ମଧ୍ୟ ସାମିଲ ରହିଛି। ମମତା ମହାନ୍ତଙ୍କୁ ବିଜେପି ପୁଣି ମଉକା ଦେଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

Tags: #RajyasabhaByeElection #MP #RajyaSabha Politics #Odisha #ElectionCommissionofIndia

LEAVE A REPLY

Please enter your comment!
Please enter your name here