ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।     

ସୋମବାର ଶ୍ରୀମନ୍ଦିରରେ ସନ୍ଧ୍ୟା ଧୂପ ପରେ ଶ୍ରୀକୃଷ୍ଣ ଜନ୍ମ ନୀତି ଆରମ୍ଭ ହେବ। ଏହା ସନ୍ଧ୍ୟା ୭ଟାରୁ ଆରମ୍ଭ ହୋଇ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ।

ଶ୍ରୀମନ୍ଦିରରେ ସନ୍ଧ୍ୟା ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଭଣ୍ତାର ଘର ସମ୍ମୁଖରେ ଶ୍ରୀକୃଷ୍ଣଙ୍କ ମୂର୍ତ୍ତି ରଖାଯାଇ ପୂଜା କରାଯିବ। ୨ ଜଣ ମହାଜନ ସେବକ ଦେବକୀ ଓ ବସୁଦେବ ହୋଇ ଏହି ଜନ୍ମନୀତି ପାଳନ କରିବେ।

ଅନ୍ୟପଟେ ରବିବାର ଜନ୍ମାଷ୍ଟମୀ ପୂର୍ବଦିନ ମହାପ୍ରଭୁଙ୍କୁ ଯେଉଟ ଭୋଗ ଲାଗିହେବା ସହିତ ବନ୍ଦାପନା କରାଯାଇଥିଲା। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏନେଇ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା।  

Tags: #Janmastami #SriMandir #SriKrishnaJanmaNiti #Culture #Tradition

LEAVE A REPLY

Please enter your comment!
Please enter your name here