ଓଡ଼ିଶାଲାଇଭ୍ ବ୍ୟୁରୋ

ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଆଳିଶ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୋମବାର ବିଳମ୍ବିତ ରାତିରେ ଆଳିଶ ଗାଁରେ ଗୋଟିଏ ଘରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁ ଚାରିଆଡ଼କୁ ବ୍ୟାପୀ ଯାଇଥିଲା। ଅଗ୍ନିକାଣ୍ଡ ଯୋଗୁଁ ଗାଁର ୧୫ଟି ପରିବାରର ପ୍ରାୟ ୩୦ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ସମସ୍ତେ ନିଜକୁ ରକ୍ଷା କରିବାକୁ ଘରୁ ବାହାରକୁ ଆସିଯାଇଥିବାବେଳେ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ତିନୋଟି ଗାଈ ଜଳିଯାଇଛନ୍ତି।

ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Tags: #FireIncident #AalishVillage #Sayabadi #Puri #Odisha

LEAVE A REPLY

Please enter your comment!
Please enter your name here