ଓଡ଼ିଶାଲାଇଭ୍ ବ୍ୟୁରୋ

ବଦଳିଲେ ପୁରୀ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ। ଦେବବ୍ରତ ସାହୁଙ୍କୁ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଦେବବ୍ରତ ସାହୁ ଏହା ପୂର୍ବରୁ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତ ଥିଲେ।

ସେହିପରି ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠୀଙ୍କୁ ଶ୍ରୀମନ୍ଦିର ରାଜସ୍ଵ ଉପପ୍ରଶାସକ ଭାବେ ନିଯୁକ୍ତି ମିଳିଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

Tags: #OdishaGovt #SJTA #DebabrataSahu #DiptiRanjanSethi

Comment