ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଶୁକ୍ରବାର ସୁଦ୍ଧା ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅଭିମୁଖେ ଗତି କରିବ। ଆସନ୍ତା ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
ଲଘୁଚାପ ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୨ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଅଗଷ୍ଟ ୨୦ରୁ ୩୧ ତାରିଖ ମଧ୍ୟରେ ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଏହା ସହ ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବାବେଳେ ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସେପ୍ଟେମ୍ବର ୧ରୁ ୨ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Tags: #Weather #WeatherUpdates #RainfallWarning #Odisha













