ଓଡ଼ିଶାଲାଇଭ୍ ବ୍ୟୁରୋ

ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପଡ଼ୁଛି ନୂଆଁଖାଇ ପର୍ବ। ସେହିଦିନ ରବିବାର ପଡ଼ୁଥିବାରୁ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରାଯାଇଛି।

ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ସକାଳ ୯ଟା ୧୨ରୁ ୯ଟା ୨୭ ମିନିଟ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ଏଥିପାଇଁ ନନ୍ଦୋତ୍ସବ ଅବସରରେ ସମ୍ବଲପୁର ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ନୂଆଁଖାଇ ଲଗ୍ନ ସ୍ଥିର କରିଛନ୍ତି।

Tags: #Nuakhai #NuakhaiHoliday #OdishaGovt #WesternOdisha #Festival #Odisha

Comment