ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ସେପ୍ଟେମ୍ବର ୮ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

ସେପ୍ଟେମ୍ବର ୪ରୁ ୫ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେପ୍ଟେମ୍ବର ୫ରୁ ୬ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୨୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ ଓ ସୋନପୁର।

ସେହିପରି ସେପ୍ଟେମ୍ବର ୬ରୁ ୭ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେପ୍ଟେମ୍ବର ୭ରୁ ୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #Rainfall #HeavyRainfallWarning #Odisha #MeteorologicalCenter

LEAVE A REPLY

Please enter your comment!
Please enter your name here